ଆଜି ଲୋକସଭା ନିର୍ବାଚନ ପାଇଁ ନାମାଙ୍କନ ଦାଖଲ
1 min readଭୁବନେଶ୍ୱର: ଲୋକ ସଭା ନିର୍ବାଚନ ପାଇଁ ଗୁରୁବାର ୪ ହେଭିଓ୍ବେଟ ନେତା ପ୍ରାର୍ଥିପତ୍ର ଦାଖଲ କରିବେ ବୋଲି ଜଣାପଡିଛି। ଏମାନଙ୍କ ମଧ୍ୟରେ ଅଛନ୍ତି ଭୁବନେଶ୍ୱର ଲୋକ ସଭା ଆସନରୁ ଭାଜପା ପ୍ରାର୍ଥୀ ଅପରାଜିତା ଷଡଙ୍ଗୀ ଓ ବିଜେଡି ପ୍ରାର୍ଥୀ ମନ୍ମଥ ରାଉତରାୟ। ସେହିପରି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ସମ୍ବଲପୁର ଲୋକସଭା ଆସନରୁ ପ୍ରାର୍ଥୀପତ୍ର ଦାଖଲ କରିବେ ।
ମା ସମଲେଶ୍ବରୀଙ୍କ ଦର୍ଶନ କରିବା ପରେ ନାମାଙ୍କନ ପତ୍ର ଦାଖଲ କରିବାକୁ ସମ୍ବଲପୁର ଜିଲ୍ଲାପାଳଙ୍କ କାର୍ଯ୍ୟାଳୟକୁ ଯିବେ। ଏହି ସମୟରେ ସମ୍ବଲପୁର ଲୋକସଭା ଆସନ ଅଧିନସ୍ଥ ୭ଟି ବିଧାନସଭା ଆସନର ପ୍ରାର୍ଥୀ ମଧ୍ୟ ଉପସ୍ଥିତ ରହିବେ। ଅନ୍ୟପଟେ ପୁରୀ ଲୋକସଭା ଆସନରୁ ଅରୁପ ପଟ୍ଟନାୟକ ନାମାଙ୍କନ ପତ୍ର ଦାଖଲ କରିବେ।