October 18, 2024

୬ ରେ ପୁଣି ଏକ ଲଘୁଚାପ

1 min read

ଭୁବନେଶ୍ୱର : ଆସନ୍ତା ଅକ୍ଟୋବର ୬ ତାରିଖରେ ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗର ଓ ସଂଲଗ୍ନ ଅଞ୍ଚଳରେ ଆଉ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି । ପାଣିପାଗ ବିଭାଗ ସୂଚନାନୁସାରେ, ଅକ୍ଟୋବର ୨ ତାରିଖରେ ପଶ୍ଚିମବଙ୍ଗର ଉତ୍ତରରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବ । ପରବର୍ତ୍ତୀ ତିନିଦିନରେ ବାଂଲାଦେଶ ଓ ଉତ୍ତର ପୂର୍ବ ଭାରତରେ ବର୍ଷା ସମ୍ଭାବନା ଅଛି । ଅକ୍ଟୋବର ୬ ତାରିଖରେ ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗରରେ ଏକ ଲଘୁଚାପ ସୃଷ୍ଟି ହୋଇପାରେ। ଏହା ଆନ୍ଧ୍ରପ୍ରଦେଶ ଓ ତେଲଙ୍ଗାନାକୁ ମୁହାଁଇ ତାମିଲନାଡୁ ଓ ଦକ୍ଷିଣ ଆନ୍ଧ୍ରରେ ବର୍ଷା କରାଇପାରେ । ଯାହା ପ୍ରଭାବରେ ଅକ୍ଟୋବର ୧୦ ତାରିଖ ପର୍ଯ୍ୟନ୍ତ ପ୍ରବଳରୁ ଅତି ପ୍ରବଳ ବର୍ଷା ଜାରି ରହିବ ବୋଲି ସୂଚନା ମିଳିଛି ।

ଅକ୍ଟୋବର ମାସରେ ପାର୍ବଣ ଋତୁ ହୋଇଥିବାରୁ ଦଶହରା ଭିଜିବାର ସମ୍ଭାବନା ରହିଛି । ଲଘୁଚାପ ପ୍ରଭାବରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବା ସହିତ ବିଜୁଳି ଘଡଘଡି ହେବାର ସମ୍ଭାବନା ରହିଛି । ସେଥିପାଇଁ ସତର୍କ ସୂଚନା ଜାରି କରାଯାଇଛି । ରାଜ୍ୟରେ ଗତକିଛି ଦିନ ହେବ ବର୍ଷା ଲାଗିରହିଛି । ବଙ୍ଗୋପସାଗରରେ ଗୋଟେ ପରେ ଗୋଟେ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ଲାଗିଛି ।

Leave a Reply

Your email address will not be published. Required fields are marked *