November 14, 2024

ସରକାରୀ ହାଇସ୍କୁଲ ଶିକ୍ଷକ ଏବଂ କର୍ମଚାରୀଙ୍କ ପାଇଁ ଏକ ଖୁସି ଖବର ଆସିଛି

1 min read

ଭୁବନେଶ୍ୱର: ସରକାରୀ ହାଇସ୍କୁଲ ଶିକ୍ଷକ ଏବଂ କର୍ମଚାରୀଙ୍କ ପାଇଁ ଶୁକ୍ରବାର ଏକ ଖୁସି ଖବର ଆସିଛି। ହାଇସ୍କୁଲ ଶିକ୍ଷକ ଏବଂ କର୍ମଚାରୀଙ୍କୁ ନୂଆ ଜମି ଓ ଘର କିଣିବା ପାଇଁ ସରକାର ଅଗ୍ରୀମ ଟଙ୍କା ଦେବାରେ ବ୍ୟବସ୍ଥା କରୁଛନ୍ତି। ଏନେଇ ମାଧ୍ୟମିକ ଶିକ୍ଷା ନିର୍ଦ୍ଦେଶାଳୟ ପକ୍ଷରୁ ସମସ୍ତ ଡିଇଓଙ୍କୁ ଚିଠି ମାଧ୍ୟମରେ ଜଣାଇ ଦିଆଯାଇଛି।

ନୂଆ ଜମି ଓ ଘର କିଣିବା ପାଇଁ ଆବେଦନକାରୀଙ୍କୁ ତଥ୍ୟ ପ୍ରଦାନ ପାଇଁ କୁହାଯାଇଛି। ନୂଆ ଜମି କ୍ରୟ ପାଇଁ ଆବେଦନ କରିଥିବା ଶିକ୍ଷକ ତଥ୍ୟ ଦେବେ। ଜମିର ମୂଲ୍ୟ ଓ ବିକ୍ରେତାଙ୍କ ଏଗ୍ରିମେଣ୍ଟକୁ ମଧ୍ୟ ଦାଖଲ କରିବେ।