February 5, 2025

୯ ଜିଲାକୁ ବର୍ଷା ପାଇଁ ୟେଲୋ ୱାର୍ଣ୍ଣିଂ

1 min read

ଭୁବନେଶ୍ୱର : ୩ ଘଣ୍ଟା ପାଇଁ ଟ୍ୱିନ୍‌ ସିଟି ସହ ବର୍ଷା ପାଇଁ ୯ ଜିଲାକୁ ବୁଧବାର ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । କଳାହାଣ୍ଡି, କନ୍ଧମାଳ, ଗଞ୍ଜାମ, ଗଜପତି, ନୟାଗଡ, ରାୟଗଡା, ଖୋର୍ଦ୍ଧା, କଟକ, ପୁରୀ, ବର୍ଷା ପାଇଁ ପାଣିପାଗ ବିଭାଗ ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି ।
ରାଜ୍ୟରେ ଲାଗି ରହିଛି ତୁହାକୁ ତୁହା ବର୍ଷା ସାଙ୍ଗକୁ କୋହଲା ପାଗ । ଆହୁରି ୨୪ ଘଣ୍ଟା ରାଜ୍ୟରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ଲାଗି ରହିବ। ଆସନ୍ତାକାଲି ଯାଏଁ ବିଭିନ୍ନ ସ୍ଥାନରେ ଜାରି ରହିବ ବର୍ଷା । ଏନେଇ ବୁଧବାର ପାଣିପାଗ କେନ୍ଦ୍ର ନିର୍ଦ୍ଦେଶିକା ମନୋରମା ମହାନ୍ତି ସୂଚନା ଦେଇଛନ୍ତି । କାଲି ଦକ୍ଷିଣ ଓଡିଶା ସମେତ ଆଭ୍ୟନ୍ତରୀଣରେ ମଧ୍ୟ ବର୍ଷା ସମ୍ଭାବନା ରହିଛି । ୨୬ ତାରିଖ ପରଠାରୁ ବର୍ଷାର ପରିମାଣ କମିବ।