February 5, 2025

ନୂଆବର୍ଷରେ ଜଗା ଦର୍ଶନ ପାଇଁ ସ୍ଵତନ୍ତ୍ର ବ୍ୟବସ୍ଥା

1 min read

ପୁରୀ: ନୂଆବର୍ଷରେ ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ଦର୍ଶନ ପାଇଁ ସ୍ଵତନ୍ତ୍ର ବ୍ୟବସ୍ଥା କରାଯାଇଛି। ଭକ୍ତଙ୍କ ଭିଡ଼କୁ ଦୃଷ୍ଟିରେ ରଖି ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ୩୧ ଓ ୧ ତାରିଖ ପାଇଁ ସ୍ଵତନ୍ତ୍ର ବ୍ୟବସ୍ଥା କରାଯାଇଛି। ଡିସେମ୍ବର ୩୧ ଓ ଜାନୁଆରୀ ୧ ତାରିଖ ଦୁଇ ଦିନ କେଳବ ସିଂହଦ୍ଵାରା ଦେଇ ଭକ୍ତ ପ୍ରବେଶ କରିବେ। ଅନ୍ୟ ୩ ଦ୍ଵାର ଦେଇ ପ୍ରସ୍ଥାନ କରିବେ।
ଅପରପକ୍ଷେ, ଶ୍ରୀମନ୍ଦିର ଓ ବେଳାଭୂମିରେ ଲକ୍ଷାଧିକ ଭକ୍ତଙ୍କ ସମାଗମକୁ ଦୃଷ୍ଟିରେ ରଖି ଜିଲା ପୁଲିସ ପକ୍ଷରୁ ବ୍ୟାପକ ପ୍ରସ୍ତୁତି କରାଯାଇଛି। ଭିଡ଼ ନିୟନ୍ତ୍ରଣ ଓ ଟ୍ରାଫିକ୍‌ ପରିଚାଳନା ପାଇଁ ଜିଲାରେ ୬୦ ପ୍ଲାଟୁନ୍‌ ଫୋର୍ସ ମୁତୟନ କରାଯିବା ନେଇ ସୂଚନା ରହିଛି।