ଜାନୁଆରୀ ୨୭ ରେ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି ବନ୍ଦ
1 min readଭୁବନେଶ୍ୱର: ଆଗାମୀ ଜାନୁଆରୀ ୨୭ ତାରିଖ (ସୋମବାର ) ରେ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି ବନ୍ଦ ରହିବ। ମୁଖ୍ୟମନ୍ତ୍ରୀଙ୍କ ଅନ୍ୟାନ୍ୟ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ଥିବାରୁ ଜାନୁଆରୀ୨୭ ତାରିଖରେ ୟୁନିଟ୍ -୫ ,ଭୁବନେଶ୍ୱରସ୍ଥିତ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠ ଠାରେ ଜନ ଶୁଣାଣି ବନ୍ଦ ରହିବ। ପରବର୍ତ୍ତୀ ଅଭିଯୋଗ ଶୁଣାଣିର ତାରିଖ ବିଭିନ୍ନ ଗଣମାଧ୍ୟମ ଜରିଆରେ ଜଣାଇ ଦିଆଯିବ ବୋଲି ଏ ସମ୍ପର୍କରେ ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।