ଆଜି ରାଜ୍ୟରେ ଅନୁଷ୍ଠିତ ହେଉଛି ନିଯୁକ୍ତି ମେଳା
1 min readଭୁବନେଶ୍ୱର : ଆଜି ରାଜ୍ୟରେ ଅନୁଷ୍ଠିତ ହେଉଛି ନିଯୁକ୍ତି ମେଳା । ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଜି ଲୋକସେବା ଭବନର କନ୍ଭେନସନ ସେଣ୍ଟରରେ ଆୟୋଜିତ ହେବାକୁ ଥିବା ନିଯୁକ୍ତି ମେଳାରେ ୪୭୬ଜଣ ପ୍ରାର୍ଥୀଙ୍କୁ ନିଯୁକ୍ତିପତ୍ର ପ୍ରଦାନ କରିବେ । ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ବିଭାଗ ଦ୍ୱାରା ଆୟୋଜିତ ଏହି କାର୍ଯ୍ୟକ୍ରମରେ ବିଭାଗୀୟ ମନ୍ତ୍ରୀଙ୍କ ସମେତ ମନ୍ତ୍ରିମଣ୍ଡଳର ଅନ୍ୟ ସଦସ୍ୟମାନେ ଯୋଗଦେବେ ବୋଲି ଜଣାପଡିଛି ।
ଅନ୍ୟପଟେ ନିଯୁକ୍ତି ପ୍ରକ୍ରିୟାକୁ ସ୍ୱଚ୍ଛ ଓ ନିରପେକ୍ଷ କରିବା ପାଇଁ ରାଜ୍ୟ ସରକାର ସ୍ୱତନ୍ତ୍ର ଆଇନ୍ ଆଣିବାକୁ ନିଷ୍ପତ୍ତି ନେଇଛନ୍ତି। ବିଧାନସଭାରେ ମୁଖ୍ୟମନ୍ତ୍ରୀଙ୍କ ପକ୍ଷରୁ ସଂସଦୀୟ ବ୍ୟାପାର ମନ୍ତ୍ରୀ ଡକ୍ଟର ମୁକେଶ ମହାଲିଙ୍ଗ ଏହି ସୂଚନା ଦେଇଛନ୍ତି। ଖୁବ୍ଶୀଘ୍ର ରାଜ୍ୟରେ ୩୫ ହଜାର ଯୁବତୀଯୁବକଙ୍କୁ ଯୋଗାଇ ଦିଆଯିବ ନିଯୁକ୍ତି । ବିଭିନ୍ନ ବିଭାଗରେ ଖାଲି ପଡିଥିବା ପଦବୀକୁ ଦେଖି ବିଜ୍ଞାପନ ମଧ୍ୟ ପ୍ରକାଶ କରାଯିବ। ଖାଲି ପଡିଥିବା ପଦବୀ ନିର୍ଦ୍ଦିଷ୍ଟ ସମୟସୀମା ମଧ୍ୟରେ ପୂରଣ କରିବାକୁ ନିର୍ଦ୍ଦେଶ ଦିଆଯାଇଛି । ସରକାରୀ ନିଯୁକ୍ତି ସମ୍ପର୍କରେ ଡିସେମ୍ବର ସୁଦ୍ଧା ବିଜ୍ଞାପନ ପ୍ରକାଶ କରାଯିବ। ସୂଚନାଯୋଗ୍ୟ, ରାଜ୍ୟରେ ଖାଲିପଡିଥିବା ୧ ଲକ୍ଷ ୩୨ ହଜାର ୪୫୯ଟି ପଦବୀ ସରକାର ପୂରଣ କରିବାକୁ ସରକାର ନିଷ୍ପତ୍ତି ନେଇଛନ୍ତି ।