September 8, 2024

ଆଉ ଏକ ଲଘୁଚାପ

1 min read

ଭୁବନେଶ୍ୱର : ଆଉ ଏକ ଲଘୁଚାପ ଉତ୍ତର ଓଡ଼ିଶା ତଥା ଏହାର ସଂଲଗ୍ନ ଅଞ୍ଚଳରେ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି । ଆସନ୍ତା ୪୮ ଘଣ୍ଟା ମଧ୍ୟରେ ଏହା ଆହୁରି ଘନୀଭୂତ ହୋଇ ଲଘୁଚାପର ରୂପ ନେବ ବୋଲି ପାଣିପାଗ ବିଭାଗ ଅନୁମାନ କରିଛି। ଅନ୍ୟପକ୍ଷେ ଉପକୂଳ ଓଡ଼ିଶା ସମେତ ଉତ୍ତର ଓଡ଼ିଶାର କିଛି ଜିଲାରେ ମଧ୍ୟମ ଧରଣର ବର୍ଷା ହେଉଛି । କେତେକ ସ୍ଥାନରେ ପ୍ରବଳ ବର୍ଷା ସମ୍ଭାବନା ରହିଛି ।
ପୁରୀ, ଗଞ୍ଜାମ, ଖୋର୍ଦ୍ଧା, କଟକ, ଜଗତସିଂହପୁର, କେନ୍ଦ୍ରାପଡା, ଭଦ୍ରକ, ବାଲେଶ୍ବର, ଯାଜପୁର, ଢେଙ୍କାନାଳ, ମୟୂରଭଞ୍ଜ, କେନ୍ଦୁଝର, ସୁନ୍ଦରଗଡ଼, ଝାରସୁଗୁଡ଼ା, ରାୟଗଡା, ମାଲକାନଗିରି, କୋରାପୁଟ, କଳାହାଣ୍ଡି ଜିଲାର ଅଳ୍ପ କିଛି ସ୍ଥାନରେ ପ୍ରବଳ ବର୍ଷା ହେଉଛି । କିଛି ସ୍ଥାନରେ ୭୦ ରୁ ୨୦୦ ମିଲିମିଟର ବର୍ଷା ସମ୍ଭାବନା ଥିବା ବେଳେ ଦକ୍ଷିଣ ଆଭ୍ୟନ୍ତରୀଣ ଓଡ଼ିଶାର ୬ଟି ଜିଲାକୁ ଅରେଞ୍ଜ ଆଲର୍ଟ ଜାରି କରାଯାଇଛି । ବୌଦ୍ଧ, କନ୍ଧମାଳ, କଳାହାଣ୍ଡି, ବଲାଙ୍ଗୀର, ଗଞ୍ଜାମ ଏବଂ ଗଜପତି ଜିଲାକୁ ଆଞ୍ଚଳିକ ପାଣିପାଗ କେନ୍ଦ୍ର ସତର୍କତା ଜାରି କରିଛି ।

Leave a Reply

Your email address will not be published. Required fields are marked *