December 3, 2024

ଦାୟିତ୍ୱ ଗ୍ରହଣ କଲେ ଅରୁଣ ଷଡ଼ଙ୍ଗୀ

1 min read

କଟକ : ଓପିଏସସି ଅଧ୍ୟକ୍ଷ ଭାବରେ ଦାୟିତ୍ୱ ଗ୍ରହଣ କଲେ ଶ୍ରୀ ଅରୁଣ ଷଡ଼ଙ୍ଗୀ I ବରିଷ୍ଠ ଆଇପିଏସ୍ ଅଧିକାରୀ ଅରୁଣ ଷଡ଼ଙ୍ଗୀଙ୍କୁ ୬ ବର୍ଷ ପାଇଁ ଓପିଏସସି ର ନୂତନ ଅଧକ୍ଷ ଭାବରେ ନିଯୁକ୍ତି ଦେଇଛନ୍ତି ରାଜ୍ୟ ସରକାର ।ଏନେଇ ସାଧାରଣ ପ୍ରଶାସନ ଓ ଅଭିଯୋଗ ବିଭାଗ ପକ୍ଷରୁ ଶୁକ୍ରବାର ଏକ ବିଜ୍ଞପ୍ତି ପ୍ରକାଶ ପାଇଛି।

ଦାୟିତ୍ୱ ଗ୍ରହଣ କରିବା ପରେ ଅରୁଣ ଷଡ଼ଙ୍ଗୀ କହିଛନ୍ତି ଯେ, ମୋତେ ଏକ ଗୁରୁ ଦାୟିତ୍ୱ ମିଳିଛି। ଗୁରୁ ଦାୟିତ୍ୱକୁ ନିଷ୍ଠା ଓ ସ୍ୱଚ୍ଛତା ସହ ନିର୍ବାହ କରିବି। ପରୀକ୍ଷାକୁ ନିୟମିତ କରାଯିବା ସହିତ ସ୍ୱଚ୍ଛତା ଓ ଚୟନ ପକ୍ରିୟାରେ ସ୍ୱଚ୍ଛତା ଆଣିବା ଆମର ପ୍ରାଥମିକତା ରହିବ। ଟଙ୍କା ବା ଲାଞ୍ଚ ଦେଇ ଯଦି କେହି ପରୀକ୍ଷାର୍ଥୀଙ୍କୁ ଚାକିରି ଦେବା ପାଇଁ କହୁଛି, ତେବେ ତାହା କେବଳ ଠକେଇ ପାଇଁ କହୁଛି। ପରୀକ୍ଷାର୍ଥୀ ସେଥିରେ ନ ପଡ଼ିବା ପାଇଁ ପରାମର୍ଶ ଦେଉଛି। ସାଢ଼େ

୩୩ ବର୍ଷ ପୁଲିସ ଚାକିରି ପରେ ଆଜି ଏକ ଗୁରୁତ୍ୱପୂର୍ଣ୍ଣ ଦାୟିତ୍ୱ ମିଳିଛି। ଏହାକୁ ମଧ୍ୟ ସୁଚାରୁରୂପେ ତୁଲାଇବା ପାଇଁ ସମସ୍ତ ପ୍ରକାର ଚେଷ୍ଟା କରିବି । ସୂଚନାନୁସାରେ,ରାଜ୍ୟ ପୁଲିସ ବିଭାଗର ଅନ୍ୟତମ ଦକ୍ଷ ଅଧିକାରୀ ଶ୍ରୀ ଷଡ଼ଙ୍ଗୀ ବିଜୁ ପଟ୍ଟନାୟକ ପୁଲିସ ଏକାଡେମୀର ନିର୍ଦ୍ଦେଶକ ଥିଲେ। ଏହା ପୂର୍ବରୁ ସେ ପୁଲିସ୍ ମହାନିର୍ଦ୍ଦେଶକ (ଡିଜିପି) ଦାୟିତ୍ୱରେ ଥିଲେ। ସେ ସ୍ବେଚ୍ଛାକୃତ ଅବସର ଗ୍ରହଣ କରିଛନ୍ତି।