ଜାତୀୟ ସ୍ବାସ୍ଥ୍ୟ ସମ୍ମିଳନୀରେ ସ୍ବାସ୍ଥ୍ୟମନ୍ତ୍ରୀଙ୍କ ବଡ଼ ସୂଚନା
1 min read
ଭୁବନେଶ୍ୱର: ପୁରୀରେ ନବମ ଜାତୀୟ ସ୍ବାସ୍ଥ୍ୟ ସମ୍ମିଳନୀ ଉଦ୍ଘାଟିତ ହୋଇଛି। ଶୁକ୍ରବାର ସ୍ବାସ୍ଥ୍ୟମନ୍ତ୍ରୀ ଜେପି ନଡ୍ଡା ଉଦ୍ଘାଟନ କରିଛନ୍ତି। ସମ୍ମିଳନୀରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ, ରାଜ୍ୟ ସ୍ବାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗ ଉପସ୍ଥିତ ଅଛନ୍ତି। ଏହି ସ୍ବାସ୍ଥ୍ୟ ସମ୍ମିଳନୀ ୨ ଦିନ ଚାଲିବ।
ଜାତୀୟ ସ୍ବାସ୍ଥ୍ୟ ସମ୍ମିଳନୀରେ ସ୍ବାସ୍ଥ୍ୟ ମନ୍ତ୍ରୀ ବଡ଼ ସୂଚନା ଦେଇଛନ୍ତି। ସ୍ବାସ୍ଥ୍ୟ ମନ୍ତ୍ରୀ କହିଛନ୍ତି, ୨ ବର୍ଷ ଭିତରେ ପୂରଣ ହେବ ଡାକ୍ତର ଓ ପାରା ମେଡିକାଲ ପଦବୀ । ଓଡ଼ିଶାରେ ୨୦୦ଟି ଡେ କେୟାର କ୍ୟାନ୍ସର ହସ୍ପିଟାଲ ହେବ ବୋଲି ସ୍ବାସ୍ଥ୍ୟ ମନ୍ତ୍ରୀ ମୁକେଶ ମହାଲିଙ୍ଗ ସୂଚନା ଦେଇଛନ୍ତି।