ଓଡିଶାକୁ କୁପୋଷଣ ମୁକ୍ତ କରିବାକୁ ପ୍ରାଥମିକତା
1 min read
ଭୁବନେଶ୍ୱର : ସମୃଦ୍ଧ ଓଡିଶା ଗଠନ ପାଇଁ ଓଡିଶାକୁ କୁପୋଷଣ ମୁକ୍ତ କରିବା ଆମର ପ୍ରାଥମିକତା । ଏଥିପାଇଁ ଅନେକ ଫଳପ୍ରଦ ଯୋଜନା କରାଯାଇଛି। ତେବେ ଏହାର ସଫଳତା ପାଇଁ ସାମୁହିକ ସଚେତନତା ଖୁବ୍ ଜରୁରୀ । ଆଜି ସ୍ଥାନୀୟ ମହିଳା ଓ ଶିଶୁ ପ୍ରତିଷ୍ଠାନରେ ଆୟୋଜିତ ରାଜ୍ୟ ସ୍ତରୀୟ ପୋଷଣ ପକ୍ଷ-୨୦୨୫ ପାଳନ ଅବସରରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ପୋଷଣ ଅଭିଯାନକୁ ସଫଳ କରି ସୁସ୍ଥ ମାନବ ସମ୍ବଳ ତିଆରି କରିବାକୁ ଆହ୍ୱାନ ଦେଇଛନ୍ତି ।
ଏହି ଅବସରରେ ମୁଖ୍ୟମନ୍ତ୍ରୀ ଭୁବନେଶ୍ୱରର ଲକ୍ଷ୍ମୀସାଗର-ଝାରପଡା ସ୍ଥିତ ରାଜ୍ୟ ମହିଳା ଓ ଶିଶୁ ପ୍ରତିଷ୍ଠାନ ସଂସ୍ଥାରେ ୮୪ ଶଯ୍ୟା ବିଶିଷ୍ଟ ଏକ ନୂତନ ହଷ୍ଟେଲ ଉଦ୍ଘାଟନ କରିବା ସହିତ ଏକ ଲାଇବ୍ରେରୀ ହଲ ଏବଂ ଅଙ୍ଗନବାଡି ଟ୍ରେନିଙ୍ଗ୍ ସେଣ୍ଟର ମଧ୍ୟ ଶୁଭ ଉଦ୍ଘାଟନ କରିଛନ୍ତି। ରାଜ୍ୟରେ ପୂଜ୍ୟପୂଜା ପରମ୍ପରାକୁ ଆଗେଇ ନେଇ ମୁଖ୍ୟମନ୍ତ୍ରୀ ଏହି ପ୍ରତିଷ୍ଠାନର 8ଟି ବିଲ୍ଡିଙ୍ଗକୁ ଓଡିଶାର ମହିୟସୀ ମହିଳାଙ୍କ ନାମରେ ନାମିତ କରିବା ପାଇଁ ଘୋଷଣା କରିବା ସହିତ ପ୍ରତିଷ୍ଠାନର କନଫରେନସ୍ ହଲ୍କୁ ରମାଦେବୀ ସମ୍ମିଳନୀ କକ୍ଷ ନାମରେ ନାମିତ କରି ଏହାର ପରିଧିକୁ ବୃଦ୍ଧି କରିବା ପାଇଁ ମଧ୍ୟ ଘୋଷଣା କରିଛନ୍ତି।