September 8, 2024

ଅନ୍ତର୍ଜାତୀୟ ଯୋଗ ଦିବସ ଅବସରରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝି

1 min read

ଭୁବନେଶ୍ବର: ଅନ୍ତର୍ଜାତୀୟ ଯୋଗ ଦିବସ ଅବସରରେ କଳିଙ୍ଗ ଷ୍ଟାଡିୟମରେ ରାଜ୍ୟସ୍ତରୀୟ ଯୋଗ ଦିବସ ଆୟୋଜିତ, ଯୋଗଦେଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝି |ସୁସ୍ଥ ଜୀବନ ପାଇଁ ଦରକାର ଯୋଗ। କେବଳ ଶରୀର ନୁହେଁ, ମାନସିକ ଶାନ୍ତି ଓ ଏକାଗ୍ରତା ପାଇଁ ଯୋଗ ଗୁରୁତ୍ୱପୂର୍ଣ୍ଣ। ଏଥିପାଇଁ ସାରା ବିଶ୍ୱରେ ଯୋଗ ପ୍ରତି ସଚେତନତା ସୃଷ୍ଟି କରିବା ପାଇଁ ଆଜିର ଦିନକୁ ଅର୍ଥାତ୍ ଜୁନ୍ ୨୧ ତାରିଖକୁ ଅନ୍ତର୍ଜାତୀୟ ଯୋଗ ଦିବସ ପାଳନ କରାଯାଇଥାଏ। ସୁସ୍ଥ ଓ ଆରୋଗ୍ୟ ରହିବା ପାଇଁ ନିୟମିତ ଯୋଗ ଜରୁରୀ। ଆଜି କେବଳ ଦେଶ ନୁହେଁ, ସମଗ୍ର ବିଶ୍ୱରେ ଯୋଗ ଦିବସ ପାଳନ କରାଯାଉଛି। ଶୁକ୍ରବାର ସକାଳ ୭ଟା ସମୟରେ ଆୟୋଜିତ ରାଜ୍ୟସ୍ତରୀୟ କାର୍ଯ୍ୟକ୍ରମରେ ଯୋଗଦେଇଛନ୍ତି। କ୍ରୀଡ଼ାମନ୍ତ୍ରୀ ସୂର୍ଯ୍ୟବଂଶୀ ସୁରଜ ମଧ୍ୟ କଳିଙ୍ଗ ଷ୍ଟାଡିୟମରେ ଯୋଗଦେଇଛନ୍ତି। ଚଳିତ ବର୍ଷ ଯୋଗ ଦିବସ ପାଳନର ଥିମ୍ ରହିଛି ନିଜର ଓ ସମାଜ ପାଇଁ ଯୋଗ(ଯୋଗ ଫର ସେଲ୍ଫ୍ ଆଣ୍ଡ ସୋସାଇଟି) । ଶାରୀରିକ, ମାନସିକ ଏବଂ ଆଧ୍ୟାତ୍ମିକ ସୁସ୍ଥତା ପାଇଁ ଯୋଗର ଉପଯୋଗିତା ସଂପର୍କରେ ଜାଣି ଏହାକୁ ଦୈନନ୍ଦିନ ଅଭ୍ୟାସ ଭାବରେ ଗ୍ରହଣ କରିବା ପାଇଁ ସଂକଳ୍ପ ନେବା ଏବଂ ଏକ ସୁସ୍ଥ ଜୀବନ ଶୈଳୀ ପାଇଁ ଯୋଗର ଆବଶ୍ୟକତା ସଂପର୍କରେ ଜନ ସାଧାରଣଙ୍କୁ ଉତ୍ସାହିତ କରିବା ଏହି ଯୋଗ ଦିବସ ପାଳନର ଉଦ୍ଦେଶ୍ୟ ରହିଛି ।

ମୁଖ୍ୟମନ୍ତ୍ରୀଙ୍କ ବ୍ୟତୀତ ଉପମୁଖ୍ୟମନ୍ତ୍ରୀ କନକବର୍ଦ୍ଧନ ସିଂଦେଓ ନୟାପଲ୍ଲୀସ୍ଥିତ କସ୍ତୁରବା ସ୍କୁଲ ଫିଲ୍ଡ, ଏବଂ ଏମ୍‌ପି ସମ୍ବିତ ପାତ୍ର କୋଣାର୍କ, ବାଚସ୍ପତି ସୁରମା ପାଢ଼ୀ ନୟାଗଡ଼, ମନ୍ତ୍ରୀ ସୁରେଶ ପୂଜାରୀ ଏବଂ ବିଧାୟକ ଟଙ୍କଧର ତ୍ରିପାଠୀ ଝାରସୁଗୁଡ଼ା, ମନ୍ତ୍ରୀ ରବି ନାରାୟଣ ନାଏକ ସମ୍ବଲପୁର, ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ ଏବଂ ଏମ୍‌ପି ବଳଭଦ୍ର ମାଝି ନବରଙ୍ଗପୁର, ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର ଏବଂ ଏମ୍‌ପି ରୁଦ୍ରନାରାୟଣ ପାଣି ଢେଙ୍କାନାଳ, ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ ଏବଂ ଏମ୍‌ପି ଅପରାଜିତା ଷଡ଼ଙ୍ଗୀ ଖୋର୍ଦ୍ଧା, ମନ୍ତ୍ରୀ ମୁକେଶ ମହାଲିଙ୍ଗ ବଲାଙ୍ଗୀର, ବିଭୂତି ଭୂଷଣ ଜେନା ବ୍ରହ୍ମପୁର, ବ୍ରହ୍ମପୁର ଏମ୍‌ପି ପ୍ରଦୀପ ପାଣିଗ୍ରାହୀ ଛତ୍ରପୁର, ମନ୍ତ୍ରୀ କୃଷ୍ଣଚନ୍ଦ୍ର ମହାପାତ୍ର ବାଟି ବାରିପଦା, ମନ୍ତ୍ରୀ ଗଣେଶ ରାମସିଂ ଖୁଣ୍ଟିଆ ରାଇରଙ୍ଗପୁର, ଏମ୍‌ପି ଅଭିମନ୍ୟୁ ସେଠୀ ଏବଂ ବିଧାୟକ ସିତାଂଶୁ ଶେଖର ମହାପାତ୍ର ଭଦ୍ରକ, ମନ୍ତ୍ରୀ ପ୍ରଦୀପ ବଳସାମନ୍ତ ଏବଂ ଏମ୍‌ପି ରବିନାରାୟଣ ବେହେରା ଯାଜପୁର

ଏହିଭଳି ଅନ୍ୟ ମନ୍ତ୍ରୀ, ଏମ୍‌ପି ଓ ବିଧୟାକମାନେ ରାଜ୍ୟର ବିଭିନ୍ନ ସ୍ଥାନରେ ଆୟୋଜିତ ଯୋଗ ଦିବସ କାର୍ଯ୍ୟକ୍ରମରେ ଯୋଗଦେଇଥିଲେ।ଆଜି ଅନ୍ତର୍ଜାତୀୟ ଯୋଗ ଦିବସ ଅବସରରେ ନିମାପଡ଼ା ଯୋଗ ପରିଷଦ ଆନୁକୁଲ୍ୟରେ ନିମାପଡ଼ା ବିଜ୍ଞପିତ ଅଞ୍ଚଳ ପରିଷଦ ଓ ପଞ୍ଚାୟତ ସମିିତ ସହାୟତାରେ ସ୍ଥାନୀୟ ବାରବାଟି ପଡ଼ିଆରେ ଶତାଧିକ ଯୋଗପ୍ରେମୀଙ୍କ ସହ ନିମାପଡ଼ା ଓ ଗୋପ ବିଧାୟିକା ତଥା ଉପ ମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ଉପସ୍ଥିତ ରହି ଯୋଗ କରିଥିଲେ।ଅନ୍ୟମାନଙ୍କ ମଧ୍ୟରେ ସ୍ଥାନୀୟ ତହସିଲଦାର, ବ୍ଲକ୍ ମଣ୍ଡଳ ଅଧିକାରୀ ଭୁବନାନନ୍ଦ ପଟ୍ଟନାୟକ, ବିଜ୍ଞପିତ ଅଞ୍ଚଳ ପରିଷଦର କାର୍ଯ୍ୟ ନିର୍ବାହୀ ଅଧିକାରୀଙ୍କ ସହ ବିଭିନ୍ନ ମହାବିଦ୍ୟାଳୟ, ବିଦ୍ୟାଳୟ, ସ୍ବେଚ୍ଛାସେବୀ ସଂଗଠନର ଛାତ୍ରଛାତ୍ରୀ ସଭ୍ୟ ସଭ୍ୟାମାନେ ମଧ୍ୟ ଉପସ୍ଥିତ ରହି ଉପ ମୁଖ୍ୟମନ୍ତ୍ରୀଙ୍କ ସହ ଯୋଗ କରିଥିଲେ। ଓଡ଼ିଶାର ପ୍ରଥମ ମହିଳା ଉପ ମୁଖ୍ୟମନ୍ତ୍ରୀଙ୍କ ସହ ଯୋଗ କରିବା ପାଇଁ ବେଶ ଉତ୍ସାହ ପରିଲକ୍ଷିତ ହୋଇଥିଲା। ଏହି ଅବସରରେ ଉପ ମୁଖ୍ୟମନ୍ତ୍ରୀ ପ୍ରାରମ୍ଭିକ ପ୍ରଦୀପ ପ୍ରଜ୍ବଳନ କରି ନିଜ ଅଭିଭାଷଣରେ ଯୋଗପ୍ରେମୀମାନଙ୍କୁ କର ଯୋଗ ରୁହ ନିରୋଗର ନାରା ଦେଇଥିଲେ।

Leave a Reply

Your email address will not be published. Required fields are marked *