December 3, 2024

ଅକ୍ଟୋବର ୨୮ତାରିଖରେ ବନ୍ଦ ରହିବ ମୁଖ୍ୟମନ୍ତ୍ରୀଙ୍କ ଜନଶୁଣାଣି

1 min read

ଭୁବନେଶ୍ୱର : ଆଗାମୀ ୨୮ତାରିଖରେ ବନ୍ଦ ରହିବ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି । ସମ୍ଭାବ୍ୟ ବାତ୍ୟା ‘ଦାନା‘ ଓ ପରବର୍ତ୍ତୀ ସାହାଯ୍ୟ ଏବଂ ପୁନରୁଦ୍ଧାର କାର୍ଯ୍ୟକୁ ଦୃଷ୍ଟିରେ ରଖି, ଅକ୍ଟୋବର ୨୮ରେ ଭୁବନେଶ୍ଵର, ୟୁନିଟ-୫ ସ୍ଥିତ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠ ବନ୍ଦ ରହିବ ।
ଯେଉଁମାନେ ଏହି ଦିନ ମୁଖ୍ୟମନ୍ତ୍ରୀଙ୍କୁ ସାକ୍ଷାତ କରିବା ପାଇଁ ଅନଲାଇନ ଯୋଗେ ପଞ୍ଜୀକରଣ କରିଥିଲେ, ସେମାନେ ମୁଖ୍ୟମନ୍ତ୍ରୀଙ୍କ ପରବର୍ତ୍ତୀ ଅଭିଯୋଗ ଶୁଣାଣି ପାଇଁ ପୁନଃ ପଞ୍ଜୀକରଣ କରିବାର ଆବଶ୍ୟକତା ନାହିଁ । ସେମାନଙ୍କ ପାଇଁ ପରବର୍ତ୍ତୀ ଅଭିଯୋଗ ଶୁଣାଣିର ତାରିଖ ସମ୍ବାଦପତ୍ର ଓ ଅନ୍ୟ ଗଣମାଧ୍ୟମ ଜରିଆରେ ଜଣାଇ ଦିଆଯିବ । ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।