September 16, 2024

ଆସନ୍ତା ୩ ଦିନ ପ୍ରବଳ ବର୍ଷା,୨୨ ଜିଲ୍ଲାକୁ ୟେଲୋ ଆଲର୍ଟ

1 min read

ଭୁବନେଶ୍ୱର: ଘନୀଭୂତ ହେଉଛି ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ। ଘନୀଭୂତ ହୋଇ ଉତ୍ତର ଦିଗରେ ଗତିକରିବ । ଏହା ଗାଙ୍ଗେୟ ପଶ୍ଚିମବଙ୍ଗ-ଉତ୍ତର ଓଡ଼ିଶା ଉପକୂଳରେ ଅବପାତରେ ପରିଣତହୋଇ ଅବପାତର ରୂପ ନେବ । ଏହା ପ୍ରଭାବରେ ସାରା ରାଜ୍ୟରେ ସପ୍ତାହେ ଯାଏ ବର୍ଷା ହେବ। ଉପକୂଳ ଓ ଦକ୍ଷିଣ ଓଡ଼ିଶାରେ ବର୍ଷା ହେବ ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ପୂର୍ବାନୁମାନ କରାଯାଇଛି।

ଆଜିଠାରୁ ବଢିବ ବର୍ଷାର ପରିମାଣ । ପ୍ରବଳ ବର୍ଷା ନେଇ ୨୨ ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି କରାଯାଇଛି। ଘଡଘଡି, ବିଜୁଳି ସହ ପ୍ରବଳ ବର୍ଷା ପାଇଁ ଏସବୁ ଜିଲାକୁ ସତର୍କ ସୂଚନା ଜାରି କରାଯାଇଛି । ୨୨ ଜିଲା ମଧ୍ୟରେ ପୁରୀ, ଖୋର୍ଦ୍ଧା, କଟକ, ଜଗତସିଂହପୁର, କେନ୍ଦ୍ରାପଡା, ନୟାଗଡ, ଅନୁଗୁଳ, ଢେଙ୍କାନାଳ, ବାଲେଶ୍ୱର, ଭଦ୍ରକ, ମୟୂରଭଞ୍ଜ, କେନ୍ଦୁଝର, ଝାରସୁଗୁଡା, ଦେବଗଡ, ସମ୍ବଲପୁର, ଗଞ୍ଜାମ, ଗଜପତି, କୋରାପୁଟ, ରାୟଗଡା, ମାଲକାନଗିରି, ନବରଙ୍ଗପୁରକୁ ବର୍ଷା ପାଇଁ ସତର୍କ ସୂଚନା ଜାରି କରାଯାଇଛି । ସେହିପରି ୮ ତାରିଖରେ ଦକ୍ଷିଣ ଉପକୂଳ ଏବଂ ଆଭ୍ୟନ୍ତରୀଣ ଓଡିଶାରେ ପ୍ରବଳ ବର୍ଷିବ । ଏହାକୁ ଦୃଷ୍ଟିରେ ରଖି ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଥିବା ବେଳେ ଜିଲ୍ଲା ପ୍ରଶାସନ ପ୍ରସ୍ତୁତ ରହିବାକୁ ଏସ୍‌ଆର୍‌ସିଙ୍କ ପକ୍ଷରୁ ନିର୍ଦ୍ଦେଶ ଦିଆଯାଇଛି।

ଯେଉଁ ମତ୍ସ୍ୟଜୀବୀମାନେ ସମୁଦ୍ରରେ ଅଛନ୍ତି ସେମାନେ ୭ ତାରିଖ ସୁଦ୍ଧା ଫେରି ଆସିବାକୁ ନିର୍ଦ୍ଦେଶ ଦିଆଯାଇଛି। ଏଥିସହ ୮ରୁ ୧୦ ତାରିଖ ପର‌୍ୟ୍ୟନ୍ତ ପଶ୍ଚିମ-କେନ୍ଦ୍ରୀୟ ଓ ସଂଲଗ୍ନ ଉତ୍ତରପଶ୍ଚିମ ବଙ୍ଗୋପସାଗରକୁ ମତ୍ସ୍ୟଜୀବୀମାନଙ୍କୁ ବାରଣ କରାଯାଇଛି।

Leave a Reply

Your email address will not be published. Required fields are marked *