କର୍ମଚାରୀଙ୍କ ମହଙ୍ଗା ଭତ୍ତା ୨% ବଢ଼ିଲା
1 min read
ଭୁବନେଶ୍ବର: ରାଜ୍ୟ ସରକାରୀ କର୍ମଚାରୀଙ୍କ ମହଙ୍ଗା ଭତ୍ତା ଦୁଇ ପ୍ରତିଶତ ବଢ଼ିଛି। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଜି ଏହି ଘୋଷଣା କରିଛନ୍ତି। ଏହା ଫଳରେ ସରକାରୀ କର୍ମଚାରୀଙ୍କ ମହଙ୍ଗା ଭତ୍ତା ୫୩ ପ୍ରତିଶତରୁ ୫୫ ପ୍ରତିଶତକୁ ବୃଦ୍ଧି ପାଇଲା। ଏହା ୨୦୨୫ ଜାନୁଆରି ପହିଲାରୁ ପିଛିଲା ଭାବେ ଲାଗୁ ହେବ। ବର୍ଦ୍ଧିତ ମହଙ୍ଗା ଭତ୍ତା ଚଳିତ ଏପ୍ରିଲ ମାସ ଦରମାରେ ନଗଦ ଆକାରରେ ମିଳିବ। ଏହା ସହିତ ପେନ୍ସନଭୋଗୀମାନଙ୍କ ଟିଆଇରେ ମଧ୍ୟ ଦୁଇ ପ୍ରତିଶତ ବୃଦ୍ଧି କରାଯାଇଛି। ସେମାନେ ଅନୁରୂପ ଭାବେ ଏପ୍ରିଲ ମାସ ପେନ୍ସନରେ ଏହି ବର୍ଦ୍ଧିତ ଟିଆଇ ପାଇବେ। ଏହା ଦ୍ବାରା ପ୍ରାୟ ସାଢ଼େ ୮ ଲକ୍ଷ ସରକାରୀ କର୍ମଚାରୀ ଓ ପେନ୍ସନଭୋଗୀ ଉପକୃତ ହେବେ।