September 19, 2024

୧୮ରୁ ଯୁକ୍ତ ୨ ପରୀକ୍ଷା ପାଇଁ ଫର୍ମ ପୂରଣ

1 min read

ଭୁବନେଶ୍ୱର: ୨୦୨୫ ମସିହାରେ ହେବାକୁ ଥିବା ଯୁକ୍ତ ୨ ପରୀକ୍ଷା ପାଇଁ ଫର୍ମ ପୂରଣ ଆରମ୍ଭ ହେବ। ଯୁକ୍ତ ୨ କଳା, ବିଜ୍ଞାନ, ବାଣିଜ୍ୟ ଏବଂ ଧନ୍ଦାମୂକଳ ପରୀକ୍ଷା ଲାଗି ସେପ୍ଟେମ୍ବର ୧୮ ତାରିଖରୁ ଛାତ୍ରଛାତ୍ରୀମାନେ ଫର୍ମ ପୂରଣ କରିପାରିବେ। ଏ ନେଇ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ (ସିଏଚଏସଇ) ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି।

ସିଏଚଏସଇର ସୂଚନା ଅନୁସାରେ ସେପ୍ଟେମ୍ବର ୧୮ ତାରିଖରୁ ଅକ୍ଟୋବର ୧ ଯାଏଁ ବିନା ଜରିମାନା ଦେୟରେ ଯୁକ୍ତ ୨ ପରୀକ୍ଷା ପାଇଁ ଫର୍ମ ପୂରଣ ହେବ। ଅନଲାଇନରେ ଉଭୟ ରେଗୁଲାର ଏବଂ ଏକ୍ସ-ରେଗୁଲାର ଛାତ୍ରଛାତ୍ରୀ ଫର୍ମ ପୂରଣ କରିପାରିବେ।

ସେହିପରି ଅକ୍ଟୋବର ୪ରୁ ୧୪ ତାରିଖ ଭିତରେ ଫର୍ମ ଫିଲଅପ୍ କଲେ ୨୦୦ ଟଙ୍କା ଫାଇନ୍ ପଡ଼ିବ। ଏହାସହ ନଭେମ୍ବର ୧୧ରୁ ୧୮ ତାରିଖ ଭିତରେ ଫର୍ମ ପୂରଣରେ କଲେ ୬୦୦ ଟଙ୍କା ଜରିମାନା ଦେବାକୁ ପଡ଼ିବ।

କଲେଜର ସାମ୍ସ ପୋର୍ଟାଲ ଜରିଆରେ କର୍ତ୍ତୃପକ୍ଷ ପିଲାଙ୍କ ଫର୍ମ ପୂରଣ କରିବେ। ଆବଶ୍ୟକୀୟ କାଗଜପତ୍ର ସହ ନିର୍ଭୁଲ ଭାବେ ପିଲାଙ୍କ ଫର୍ମ ପୂରଣ କରିବା ପାଇଁ ସିଏଚଏସଇର ପରୀକ୍ଷା ନିୟନ୍ତ୍ରକ ଏ ନେଇ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟର ଅଧ୍ୟକ୍ଷମାନଙ୍କୁ ଚିଠି ଲେଖିଛନ୍ତି। ଏଥିସହ ଫର୍ମ ପୂରଣ ନେଇ ଗାଇଡଲାଇନ ଜାରି କରାଯାଇଛି।

Leave a Reply

Your email address will not be published. Required fields are marked *