ସୃଷ୍ଟିହେଲା ଲଘୁଚାପ ୫ ଦିନ ଧରି ପ୍ରବଳ ବର୍ଷା
1 min readଭୁବନେଶ୍ୱର : ଗଣେଶ ପୂଜାରେ ଭିଜିବ ଉପକୂଳ ଓଡ଼ିଶା । ପଶ୍ଚିମ କେନ୍ଦ୍ରୀୟ ସଂଲଗ୍ନ ଉତ୍ତର ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ । ଉତ୍ତର ଓ ଉତ୍ତର-ପଶ୍ଚିମ ମୁହାଁ ଲଘୁଚାପର ଗତି ରହିବ। ପ୍ରଭାବରେ ୯ ତାରିଖ ଯାଏଁ ଲାଗି ରହିବ ବର୍ଷା । ଆସନ୍ତା ୨୪ ଘଣ୍ଟାରେ ମାଲକାନଗିରି, କୋରାପୁଟ, ରାୟଗଡ଼ା, ଗଞ୍ଜାମ, ଗଜପତି, କନ୍ଧମାଳ, କଳାହାଣ୍ଡି, ନବରଙ୍ଗପୁରରେ ପ୍ରବଳ ବର୍ଷା ନେଇ ୟେଲୋ ଆଲର୍ଟ ଜାରି ହୋଇଛି। କିଛି ସ୍ଥାନରେ ୫ ଦିନ ଯାଏ ପ୍ରବଳ ରୁ ଅତିପ୍ରବଳ ବର୍ଷାର ସମ୍ଭାବନା ରହିଛି ।
ଉତ୍ତର ଆନ୍ଧ୍ରପ୍ରଦେଶ ଓ ଦକ୍ଷିଣ ଓଡ଼ିଶା ଉପକୂଳରେ ସକ୍ରିୟ ରହିଛି। ଫଳରେ ଏହାର ପ୍ରଭାବରେ ଆସନ୍ତାକାଲି ଦିନ ତମାମ ମାଲକାନଗିରି, କୋରାପୁଟ, ରାୟଗଡ଼ା, ଗଞ୍ଜାମ, ଗଜପତି, କନ୍ଧମାଳ, କଳାହାଣ୍ଡି, ନବରଙ୍ଗପୁର, ନୂଆପଡ଼ା ଓ ବଲାଙ୍ଗିରରେ ପ୍ରବଳ ହେବାର ସମ୍ଭାବନା ରହିଛି । ସେହିପରି ବାଲେଶ୍ଵର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡା, ଜଗତସିଂପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ମୟୁରଭଂଜରେ ଘଡଘଡି ବିଜୁଳି ସହ ପ୍ରବଳ ବର୍ଷା ନେଇ ଆଲର୍ଟ ଜାରି କରିଛି ପାଣିପାଗ ବିଭାଗ।