September 8, 2024

ଘୂର୍ଣ୍ଣିବଳୟ ସକ୍ରିୟ: ୨୪ ଘଣ୍ଟା ମଧ୍ୟରେ ୨୩ ଜିଲ୍ଲାରେ କାଳବୈଶାଖୀ ଜନିତ ଝଡ଼ବର୍ଷା ସମ୍ଭାବନା

1 min read

ଭୁବନେଶ୍ୱର: ଆଜି (ଗୁରୁବାର) ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗର ପାର୍ଶ୍ୱବର୍ତ୍ତୀ ଆନ୍ଧ୍ର ଉପକୂଳ ସମୁଦ୍ର ମଧ୍ୟସ୍ଥ ବାୟୁମଣ୍ଡଳରେ ସମୁଦ୍ର ପତ୍ତନ ଠାରୁ ୦.୯ କିମି ଉଚ୍ଚତାରେ ଏକ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି। ଅନ୍ୟପକ୍ଷରେ ସେପ୍ଟେମ୍ବର ୪ ତାରିଖ ବେଳକୁ ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଏବଂ ତାର ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବାର ସମ୍ଭାବନା ରହିଛି।

ଏହାର ପ୍ରଭାବରେ ରାଜ୍ୟରେ ବାୟୁ ଚଳନରେ ପରିବର୍ତ୍ତନ ସମ୍ଭାବନା ରହିଛି। ଫଳ ସ୍ୱରୂପ ଆଗାମୀ ୫ ଦିନ ପର୍ଯ୍ୟନ୍ତ ରାଜ୍ୟରେ କାଳବୈଶାଖୀ ଜନିତ ଝଡ଼ବର୍ଷାର ସମ୍ଭାବନା ରହିଥିବା ବେଳେ ୩ ତାରିଖ ଠାରୁ ରାଜ୍ୟରେ ବର୍ଷାର ବିସ୍ତୃତି ବଢିବ ବୋଲି ଆଜି (ଗୁରୁବାର) ଅପରାହ୍ନରେ ଏକ ସତର୍କ ସୂଚନା ଜାରି କରିଛି ଭାରତୀୟ ପାଣିପାଗ ବିଭାଗର ଭୁବନେଶ୍ୱରସ୍ଥିତ ଆଞ୍ଚଳିକ କେନ୍ଦ୍ର।

Leave a Reply

Your email address will not be published. Required fields are marked *