September 8, 2024

ବୁଧବାର ହାଇଭୋଲଟେଜ୍‌ ପ୍ରଚାର : ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଘୋଷଣା

1 min read

ରାଉରକେଲା: ଆସନ୍ତା ଜୁଲାଇରୁ ବିଜୁଳି ବିଲ୍‌ ଆସିବନି। ବିଜେଡି ସରକାର ବିଜୁଳ ମାଗଣା ଦେବ ବୋଲି ବୋଲି ରାଉରକେଲାରେ ବୁଧବାର ହାଇଭୋଲଟେଜ୍‌ ପ୍ରଚାର ସଭାରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଘୋଷଣା କରିଛନ୍ତି। ନିର୍ବାଚନୀ ସଭାକୁ ସମ୍ବୋଧିତ କରି ମୁଖ୍ୟମନ୍ତ୍ରୀ ରାଜ୍ୟ ସରକାରଙ୍କ ବିଭିନ୍ନ ଯୋଜନା ଭଲ କି ନାହିଁ ଜନସାଧାରଣଙ୍କୁ ପଚାରିଥିଲେ। ବିଏସକେୱାଇ, ମିଶନ ଶକ୍ତି, କାଳିଆ ଯୋଜନା, ଲକ୍ଷ୍ମୀ ବସ୍‌, ମମତା ଯୋଜନା, ଛାତ୍ର ବୃତ୍ତି ଭଲ କି ବୋଲି ପ୍ରଶ୍ନ କରିଥିଲେ। ବହୁତ ଖରାରେ ଲୋକମାନେ ଏତେ ଦୂରରୁ ଆସିଥିବାରୁ ମୁଖ୍ୟମନ୍ତ୍ରୀ ସେମାନଙ୍କୁ ଧନ୍ୟବାଦ ଜଣାଇଥିଲେ।

ମୁଖ୍ୟମନ୍ତ୍ରୀ ବିରୋଧୀ ଦଳଗୁଡ଼ିକୁ ଟାର୍ଗେଟ କରି କହିଥିଲେ ଯେ, ବିରୋଧୀ କୁମ୍ଭୀର କାନ୍ଦଣା କାନ୍ଦୁଛନ୍ତି। ବିରୋଧୀମାନେ ମିଛ କହୁଛନ୍ତି। ଏହି ଅବସରରେ ମୁଖ୍ୟମନ୍ତ୍ରୀ ସୁନ୍ଦରଗଡ଼ ସାଂସଦ ପ୍ରାର୍ଥୀ ଦିଲୀପ ତିର୍କୀ ଏବଂ ଏହି ଲୋକସଭା ଆସନ ଅନ୍ତର୍ଗତ ବିଧାନସଭା କ୍ଷେତ୍ରଗୁଡ଼ିକରେ ନିର୍ବାଚନ ଲଢ଼ୁଥିବା ବିଜେଡି ବିଧାୟକ ପ୍ରାର୍ଥୀମାନଙ୍କ ପାଇଁ ଭୋଟ ଭିକ୍ଷା କରିଥିଲେ।ମୁଖ୍ୟମନ୍ତ୍ରୀଙ୍କ ଉଦବୋଧନ ପରେ ବିଜେଡି ନେତା ତଥା ୫-ଟି ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନ ରାଜ୍ୟ ସରକାରଙ୍କ ବିଭିନ୍ନ ଯୋଜନା ବିଷୟରେ କହିବା ସହିତ ମୁଖ୍ୟମନ୍ତ୍ରୀଙ୍କୁ ଆଶୀର୍ବାଦ କରିବାକୁ ଜନସାଧାରଣଙ୍କୁ ଅନୁରୋଧ କରିଥିଲେ।

ସୂଚନାଯୋଗ୍ୟ, ଆଜି ମୁଖ୍ୟମନ୍ତ୍ରୀ ସୁନ୍ଦରଗଡ଼ ଏବଂ ସମ୍ବଲପୁର ସଂସଦୀୟ କ୍ଷେତ୍ରରେ ମାରାଥନ ପ୍ରଚାର କରିବାର କାର୍ଯ୍ୟକ୍ରମ ରହିଛି। ସୁନ୍ଦରଗଡ଼ ଲୋକସଭା ଅନ୍ତର୍ଗତ ରାଉରକେଲା ବିଧାନସଭା କ୍ଷେତ୍ରରେ ପ୍ରଚାର ପରେ ମୁଖ୍ୟମନ୍ତ୍ରୀ ସମ୍ବଲପୁର ଲୋକସଭାର ଦେବଗଡ଼ ବିଧାନସଭା ନିର୍ବାଚନମଣ୍ଡଳୀରେ ପ୍ରଚାର କରିବେ।

ସମଗ୍ର ଓଡିଶାବାସୀ, ବିଶେଷକରି ରାଉରକେଲାବାସୀ ମନ ସ୍ଥିର କରିସାରିଛନ୍ତି। ଏହି ନିର୍ବାଚନୀ ସମାବେଶରେ ଉପସ୍ଥିତ ରହି ମୁଖ୍ୟମନ୍ତ୍ରୀଙ୍କୁ ଆଶୀର୍ବାଦ ଦେବାସହ ରାଉରକେଲା ବିକାଶ ରଥକୁ ଆଗକୁ ନେବାରେ ସହଯୋଗ କରିବାକୁ ସେ ନିବେଦନ କରିଛନ୍ତି। ସଭାରେ ଜିଲ୍ଲାର ସାତଟି ନିର୍ବାଚନ ମଣ୍ଡଳୀର ବିଧାୟକ ପ୍ରାର୍ଥୀ ଓ ସୁନ୍ଦରଗଡ଼ ସାଂସଦ ପ୍ରାର୍ଥୀ ଦିଲୀପ ତୀର୍କୀ ମଂଚାସୀନ ଥିଲେ। ରାଉରକେଲା ବିଧାୟକ ପ୍ରାର୍ଥୀ ସାରଦା ପ୍ରସାଦ ନାୟକ, ରଘୁନାଥପାଲି ବିଧାୟକ ପ୍ରାର୍ଥୀନୀ ଅର୍ଚନାରେଖା ବେହେରା, ବୀରମିତ୍ରପୁର ବିଧାୟକ ପ୍ରାର୍ଥୀ ରୋହିତ ଜୋସେଫ ତୀର୍କୀ, ସୁନ୍ଦରଗଡ଼ ପ୍ରାର୍ଥୀ ଯୋଗେଶ ସିଂ, ତଳସରା ପ୍ରାର୍ଥୀ ବିନୟ ଟପ୍ପୋ ଓ ବଣାଇ ପ୍ରାର୍ଥୀ ଭୀମସେନ ଚୌଧୁରୀ ଉପସ୍ଥିତ ଥିଲେ।

Leave a Reply

Your email address will not be published. Required fields are marked *