September 19, 2024

ରାଜ୍ୟରେ ସମସ୍ତ +୨ ପରୀକ୍ଷାକେନ୍ଦ୍ରରେ ସିସିଟିଭି ଲଗାଇବା ବାଧ୍ୟତାମୂଳକ

1 min read

ଭୁବନେଶ୍ୱର : ରାଜ୍ୟରେ ସମସ୍ତ +୨ ପରୀକ୍ଷାକେନ୍ଦ୍ରରେ ସିସିଟିଭି ଲଗାଇବା ବାଧ୍ୟତାମୂଳକ କରିଛନ୍ତି ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ । ଯେଉଁ ପରୀକ୍ଷା କେନ୍ଦ୍ର ଗୁଡିକରେ ସିସିଟିଭି କ୍ୟାମେରା ଲଗାଯାଇ ନଥିବା ପରୀକ୍ଷା ବାତିଲ କରିବାକୁ ନିର୍ଦେଶ । ଆସନ୍ତା ନଭେମ୍ବର ୧୫ ସୁଦ୍ଧା ସବୁ ପରୀକ୍ଷା କେନ୍ଦ୍ରରେ ସିସିଟିଭି ଲଗାଇବାକୁ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଅଧ୍ୟକ୍ଷଙ୍କୁ ଚିଠି ଲେଖିଛି ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ। ଏଥିସହ ପୂର୍ବରୁ ପରୀକ୍ଷା କେନ୍ଦ୍ର ଗୁଡ଼ିକରେ ଲାଗିଥିବା ସିସିଟିଭି ସବୁ କିଭଳି କାର୍ଯ୍ୟକ୍ଷମ ହେଉଛି ତା’ ରିପୋର୍ଟ ବି ଦେବାକୁ ମଧ୍ୟ ଚିଠିରେ ଉଲ୍ଲେଖ କରାଯାଇଛି।

୨୦୨୫ରେ ହେବାକୁ ଥିବା ଯୁକ୍ତ ଦୁଇ ପ୍ରାକ୍ଟିକାଲ ଓ ଥିଓରୀ ପରୀକ୍ଷା ପାଇଁ ପ୍ରସ୍ତୁତି ଜୋରଦାର ଚାଲିଥିବା ବେଳେ ଫାଇନାଲ୍ ପରୀକ୍ଷା ପାଇଁ ହାତରେ ଆଉ ୪ ମାସ ବାକି ରହିଛି। ତା’ପୂର୍ବରୁ ସବୁ ପରୀକ୍ଷା କେନ୍ଦ୍ରରେ ସିସିଟିଭି ଲଗାଇବାକୁ ପରିଷଦ ପକ୍ଷରୁ ନିର୍ଦ୍ଦେଶ ଦିଆଯାଇଛି।

ଯକ୍ତ ଦୁଇ ପରୀକ୍ଷାରେ ସ୍ୱଚ୍ଛତା ଏବଂ ପରୀକ୍ଷାରେ ବିଭ୍ରାଟ ଏଡ଼ାଇବାକୁ କଡ଼ା ଆଭିମୁଖ୍ୟ ଗ୍ରହଣ କରିଛି ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ । କୌଣସି ବି ପରୀକ୍ଷା କେନ୍ଦ୍ର ବିନା ସିସିଟିଭିରେ ଚାଲି ପାରିବ ନାହିଁ । ସମସ୍ତ ପରୀକ୍ଷା ହଲ, ସୁପରିଣ୍ଟେଣ୍ଡେଣ୍ଟ ଅଫିସ, ପ୍ରାକ୍ଟିକାଲ ହଲରେ ସିସିଟିଭି ଲଗାଯିବ । ଯେଉଁ ପରୀକ୍ଷା କେନ୍ଦ୍ରରେ ସିସିଟିଭି ନ ଥିବ ତାହାକୁ ବାତିଲ କରିବାକୁ ରାଜ୍ୟ ସରକାରଙ୍କ ନିକଟରେ ସୁପାରିଶ କରାଯିବ । ଯଦି ନିର୍ଦ୍ଦାରିତ ସମୟରେ ରିପୋର୍ଟ ନ ଦାଖଲ କରିବେ ତେବେ ପରୀକ୍ଷା କେନ୍ଦ୍ର ମାନ୍ୟତା ପାଇବ ନାହିଁ ବୋଲି ସିଏଚ୍ଏସସି ତାଗିଦ କରିଛି ।

ସୂଚନାନୁସାରେ ଆସନ୍ତା ଫେବୃଆରି ୧୫ ତାରିଖରୁ ଯୁକ୍ତ ଦୁଇ ପରୀକ୍ଷା ଆରମ୍ଭ ହେବ। ଡିସେମ୍ବର ୨୫ ତାରିଖରୁ ଜାନୁଆରୀ ୧୫ ମଧ୍ୟରେ ତାରିଖ ମଧ୍ୟରେ ପ୍ରାକ୍ଟିକାଲ ପରୀକ୍ଷା ଏବଂ ଇଣ୍ଟରନାଲ ପରୀକ୍ଷା ଶେଷ ହେବ । ଯୁକ୍ତ ଦୁଇ ପରୀକ୍ଷା ପାଇଁ କଳା, ବିଜ୍ଞାନ, ବାଣିଜ୍ୟ ଓ ଧନ୍ଦାମୂଳକ ଶିକ୍ଷାରେ ପ୍ରଶ୍ନପତ୍ର ଢାଞ୍ଚାରେ ପରିବର୍ତ୍ତନ କରାଯାଇଛି । ପ୍ରାକ୍ଟିକାଲ ଥିବା ବିଷୟଗୁଡ଼ିରେ ଛାତ୍ରୀଛାତ୍ରଙ୍କୁ ୭୦ ମାର୍କର ଥିଓରୀ ଏବଂ ୩୦ ମାର୍କର ପ୍ରାକ୍ଟିକାଲ ଦେବାକୁ ପଡ଼ିବ। ପ୍ରୋଜେକ୍ଟ ଥିବା ବିଷୟରେ ୮୦ ମାର୍କ ଥିଓରୀ ଏବଂ ୨୦ ମାର୍କର ପ୍ରୋଜେକ୍ଟ ଦେବାକୁ ପଡ଼ିବ । ତେବେ ଇଣ୍ଟିଗ୍ରେଟେଡ ଧନ୍ଦାମୂଳକ ବିଷୟରେ ୫୦ ମାର୍କର ଥିଓରୀ ଓ ୫୦ ମାର୍କର ପ୍ରାକ୍ଟିକାଲ ଏବଂ ଭୋକେସନାଲ ଟ୍ରେଡ୍ ବିଷୟରେ ୪୦ ମାର୍କର ଥିଓରୀ ଓ ୬୦ ମାର୍କର ପ୍ରକ୍ଟିକାଲ ଦେବାକୁ ପଡ଼ିବ । ମୋଟ ୮୦ ନମ୍ବରରୁ ୨୪ ନମ୍ବର ରଖିଲେ ପରୀକ୍ଷାରେ ଉତ୍ତୀର୍ଣ୍ଣ ହେବେ ।

Leave a Reply

Your email address will not be published. Required fields are marked *