September 19, 2024

ଓଡ଼ିଶାରେ ସୁଭଦ୍ରା ଶୁଭାରମ୍ଭ କଲେ ପ୍ରଧାନମନ୍ତ୍ରୀ

1 min read

ଭୁବନେଶ୍ୱର: ସୁଭଦ୍ରା ଶୁଭାରମ୍ଭ ଅବସରରେ ପ୍ରଧାନମନ୍ତ୍ରୀ ମୋଦି ବକ୍ତବ୍ୟ ଦେଇ ଓଡ଼ିଶାବାସୀଙ୍କୁ ଆଗୁଆ ଦଶହରା ଶୁଭେଚ୍ଛା ଜଣାଇଛନ୍ତି। ସେ କହିଛନ୍ତି, ପ୍ରଭୁ ଜଗନ୍ନାଥଙ୍କ କୃପାରୁ ପୁଣି ଓଡ଼ିଶା ଆସିବା ସୌଭାଗ୍ୟ ମିଳିଲା। ପ୍ରଭୁ ଜଗନ୍ନାଥଙ୍କ ଆଶୀର୍ବାଦ ଥିଲେ ଜନତାଙ୍କ ସେବା ସୁଯୋଗ ମିଳେ, ଓଡ଼ିଶାର ମା’ ମାନଙ୍କ ପାଇଁ ସୁଭଦ୍ରା ଶୁଭାରମ୍ଭ ସୁଯୋଗ ମିଳିଥିବାରୁ ସେ ବେଶ ଖୁସି। ୩୦ ଲକ୍ଷରୁ ଅଧିକ ପରିବାରକୁ ଆଜି ପକ୍କା ଘର ଦିଆଯାଇଛି। ୨୬ ଲକ୍ଷ ଘର ଗାଁ ଓ ୪ ଲକ୍ଷ ଘର ସହରରେ ଏହା ଦିଆଯାଇଛି। ଓଡ଼ିଶାର ନୂଆ ସରକାର ଶପଥ ସମାରୋହକୁ ଆସିଥିଲି ଆଜି ସୁଭଦ୍ରା ଶୁଭାରମ୍ଭ ଅବସରରେ ଓଡ଼ିଶକୁ ଆସିଥିବା ସେ କହିଛନ୍ତି।

ଏପରିକି ଓଡ଼ିଶା ଗସ୍ତ ପୂର୍ବରୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଟ୍ବିଟ କରି ସୁଭଦ୍ରା ଯୋଜନାର ଶୁଭାରମ୍ଭ ନେଇ ଉତ୍ସାହିତ ଥିବା କହିଥିଲେ। ’ସୁଭଦ୍ରା ଯୋଜନା’ ନାରୀ ସଶକ୍ତୀକରଣକୁ ଆଗକୁ ବଢ଼ାଇବ ଏବଂ ଆର୍ଥିକ କ୍ଷେତ୍ରରେ ସ୍ବାଧୀନତା ଦେବ ପ୍ରଧାନମନ୍ତ୍ରୀ ମୋଦି ଟ୍ବିଟ କରି ଉଲ୍ଲେଖ କରିଥିଲେ।

ଅପେକ୍ଷାରେ ହେଲା ଅନ୍ତ । ମହିଳାମାନଙ୍କ ପାଇଁ ଖୁସି ଖବର । ବ୍ୟାଙ୍କ୍‌ ଆକାଉଣ୍ଟକୁ ଗଲା ସୁଭଦ୍ରା ଟଙ୍କା ।ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମଙ୍ଗଳବାର ଦିନିକିଆ ଓଡ଼ିଶା ଗସ୍ତରେ ଆସି ଭୁବନେଶ୍ୱର ଜନତା ମଇଦାନଠାରେ ବିଧିବଦ୍ଧ ଭାବେ ‘ସୁଭଦ୍ରା’ ଯୋଜନାର ଶୁଭାରମ୍ଭ କରିଛନ୍ତି। ଏପରିକି ପ୍ରଧାନମନ୍ତ୍ରୀ ମୋଦି ବିଭିନ୍ନ ସରକାରୀ ଯୋଜନା ଓ ପ୍ରକଳ୍ପର ଶୁଭାରମ୍ଭ କରିଥିଲେ। ଏହି ପରିପ୍ରେକ୍ଷୀରେ ସୁଭଦ୍ରା ଯୋଜନାର ପ୍ରଥମ କିସ୍ତି ଟଙ୍କା ହିତାଧିକାରୀଙ୍କ ଆକାଉଣ୍ଟକୁ ଯାଇଛି। ଏହି ଅବସରରେ ମୁଖ୍ୟମନ୍ତ୍ରୀ ମୋହନ ମାଝି, ଦୁଇ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା, କନକ ବଦ୍ଧର୍ନ ସିଂ ଦେଓ, କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ବିଭାଗୀୟ ମନ୍ତ୍ରୀ, ଭାଜପା ନେତୃବୃନ୍ଦ ପ୍ରମୁଖ ଉପସ୍ଥିତ ରହିଥିଲେ। ଏହାସହ ଗୋଠପାଟଣା ସ୍ପୋର୍ଟସ ଭ୍ୟାଲିର ବି ଶିଳାନ୍ୟାସ କରିଥିଲେ ମୋଦି। ପ୍ରଧାନମନ୍ତ୍ରୀ ୧୦ ଲକ୍ଷ ପିଏମ୍ ଆବାସ ଗ୍ରାମୀଣ ହିତାଧିକାରୀଙ୍କୁ ଯୋଜନାର ପ୍ରଥମ କିସ୍ତି ପ୍ରଦାନ କରିଛନ୍ତି

Leave a Reply

Your email address will not be published. Required fields are marked *