September 7, 2024

ବିଧାୟକ ଭାବେ ଶପଥ ନେଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ

1 min read

ଭୁବନେଶ୍ବର: ବିଧାନସଭାରେ ନବ ନିର୍ବାଚିତ ବିଧାୟକ ନେଇଛନ୍ତି ଶପଥ। ପ୍ରଥମେ ବିଧାୟକ ଭାବେ ଶପଥ ନେଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଦୁଇ ଉପ ମୁଖ୍ୟମନ୍ତ୍ରୀ କେ.ଭି ସିଂହଦେଓ ଓ ପ୍ରଭାତୀ ପରିଡ଼ା ମଧ୍ୟ ବିଧାନସଭାରେ ବିଧାୟକ ଭାବେ ଶପଥଗ୍ରହଣ କରିଛନ୍ତି। କାମଚଳା ବାଚସ୍ପତି ରଣେନ୍ଦ୍ର ପ୍ରତାପ ସ୍ୱାଇଁ ସମସ୍ତଙ୍କୁ ଶପଥପାଠ କରାଇଛନ୍ତି।

ସନ୍ଧ୍ୟା ୫ଟା ଯାଏ ଚାଲିବ ଶପଥ ପାଠ କାର୍ଯ୍ୟକ୍ରମ । ଆଜି ଓ କାଲି ଦୁଇ ଦିନ ବିଧାୟକଙ୍କୁ ଶପଥ ପାଠ କରାଯିବ। ଏହାପରେ ୨୦ରେ ରହିଛି ବାଚସ୍ପତି ନିର୍ବାଚନ। ଏଣେ ତିନି ଦିନିଆ ଅଧିବେଶନ ପାଇଁ ତିନି ଥାକିଆ ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯାଇଛି। କେବଳ ପାସଧାରୀ ବ୍ୟକ୍ତିଙ୍କୁ ବିଧାନସଭାକୁ ପ୍ରବେଶ ଅନୁମତି ଦିଆଯିବ। ସୁରକ୍ଷା ଦାୟିତ୍ୱରେ ୭୫ ପୁଲିସ ଅଧିକାରୀଙ୍କ ସହ ୮ ପ୍ଲାଟୁନ ପୁଲିସ ମୁତୟନ କରାଯାଇଛି। ନିଜେ ପୁଲିସ କମିଶନର ସୁରକ୍ଷା ଦାୟିତ୍ୱ ସମ୍ଭାଳିଛନ୍ତି।

Leave a Reply

Your email address will not be published. Required fields are marked *