September 16, 2024

ଓଡ଼ିଶାର ୨ ଜଣ କୃତି ଶିକ୍ଷକଙ୍କୁ ଜାତୀୟ ଶିକ୍ଷକ ପୁରସ୍କାର

1 min read

ଭୁବନେଶ୍ବର: ଶିକ୍ଷା କ୍ଷେତ୍ରରେ ଉଲ୍ଲେଖନୀୟ ଅବଦାନ ପାଇଁ ଓଡ଼ିଶାର ୨ ଜଣ କୃତି ଶିକ୍ଷକଙ୍କୁ ଜାତୀୟ ଶିକ୍ଷକ ପୁରସ୍କାର ପ୍ରଦାନ କରାଯାଇଛି । ଓଡ଼ିଶାର ୨ ଶିକ୍ଷକଙ୍କ ସହିତ ୮୨ ଜଣ ଶିକ୍ଷକ ଶିକ୍ଷୟିତ୍ରୀଙ୍କୁ ଜାତୀୟ ଶିକ୍ଷକ ପୁରସ୍କାର-୨୦୨୪ ପ୍ରଦାନ କରିଛନ୍ତି ମହାମହିମ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ।

ଗୁରୁଦିବସ ଅବସରରରେ କେନ୍ଦ୍ର ଶିକ୍ଷା ମନ୍ତ୍ରଣାଳୟର ବିଦ୍ୟାଳୟ ଓ ସାକ୍ଷରତା ବିଭାଗ ପକ୍ଷରୁ ନୂଆଦିଲ୍ଲୀ ବିଜ୍ଞାନ ଭବନ ରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ ଓଡ଼ିଶାର ଦୁଇ ଯଶସ୍ବୀ ଶିକ୍ଷକଙ୍କୁ ସମ୍ମାନିତ କରାଯାଇଛି । ଏହି ଶିକ୍ଷକ ମାନେ ହେଉଛନ୍ତି କଳାହାଣ୍ଡି ଜିଲ୍ଲାର ନର୍ଲାସ୍ଥିତ ଜୟଦୁର୍ଗା ଉଚ୍ଚ ବିଦ୍ୟାଳୟର ଶିକ୍ଷକ ସନ୍ତୋଷ କୁମାର କର ଓ ରାୟଗଡ଼ା ଜିଲ୍ଲାରେ ଜନଜାତି ପିଲାମାନଙ୍କ ଶିକ୍ଷାର ବିକାଶ ପାଇଁ ସମର୍ପିତ ବିଲେଷୁ ସରକାରୀ ଉଚ୍ଚ ବିଦ୍ୟାଳୟର ଶିକ୍ଷକ ଦ୍ବିତୀଚନ୍ଦ୍ର ସାହୁ ।

ନୂଆଦିଲ୍ଲୀସ୍ଥିତ ବିଜ୍ଞାନ ଭବନଠାରେ ଏକ ଭବ୍ୟ ସମାରୋହରେ ମହାମହୀତ ରାଷ୍ଟ୍ରପତି ଏହି ସମ୍ମାନସ୍ଫଦ ପୁରସ୍କାର ପ୍ରଦାନ କରିଛନ୍ତି । ପୁରସ୍କୃତ ଶିକ୍ଷକ ଓ ଶିକ୍ଷୟିତ୍ରୀଙ୍କୁ ୫୦ ହଜାର ଟଙ୍କାର ଅର୍ଥରାଶି ସହିତ ରୌପ୍ୟ ପଦକ ଏବଂ ସମ୍ମାନପତ୍ର ପ୍ରଦାନ କରାଯାଇଛି ।

Leave a Reply

Your email address will not be published. Required fields are marked *