September 19, 2024

୨୧ରେ ‘ଓଡ଼ିଶା ଜର୍ନାଲିଜିମ୍‌ ଆଓ୍ବାର୍ଡ’

1 min read

ଭୁବନେଶ୍ୱର: ପଲ୍ଲୀବାଣୀ ମିଶନ ପକ୍ଷରୁ ପ୍ରତିଭାସମ୍ପନ୍ନ ସାମ୍ବାଦିକମାନଙ୍କୁ ଦିଆଯାଉଥିବା ‘ଓଡ଼ିଶା ଜର୍ନାଲିଜିମ୍‌ ଆଓ୍ବାର୍ଡ’ର ଷଷ୍ଠ ସଂସ୍କରଣ ଆସନ୍ତା ୨୧ ତାରିଖରେ ପ୍ରଦାନ କରାଯିବ। ନୂଆଦିଲ୍ଲୀର ଲୋଧିରୋଡ୍‌ସ୍ଥିତ ସାଇ ଇଣ୍ଟରନ୍ୟାଶନାଲ ସଭାଗୃହରେ ଏନେଇ ସ୍ବତନ୍ତ୍ର କାର୍ଯ୍ୟକ୍ରମ ଅନୁଷ୍ଠିତ ହେବ। ଏହି ଅବସରରେ ଏନ୍‌ଡି ଟିଭିର ସାମ୍ବାଦିକା ସିକ୍ତା ଦେଓ, ଓଟିଭି ପୁରୀର ସାମ୍ବାଦିକ ମଧୁସୂଦନ ମିଶ୍ର, କ୍ରୀଡା ସାମ୍ବାଦିକ ସମ୍ବିତ୍‌ ମହାପାତ୍ର, ବରିଷ୍ଠ ସାମ୍ବାଦିକ ଶିବଶଙ୍କର ନନ୍ଦନ, ନ୍ୟୁଜ୍‌ ୧୮ର ସମ୍ପାଦକ ନରେନ୍ଦ୍ରନାଥ ଜେନା, ନବ ପ୍ରତିଭା ଶ୍ରେଣୀରେ ଅର୍ଗସ ନ୍ୟୁଜ୍‌ ସାମ୍ବାଦିକା ଶତରୂପା ସାମନ୍ତରାୟଙ୍କୁ ‘ଓଡ଼ିଶା ଜର୍ନାଲିଜିମ୍‌ ଆଓ୍ବାର୍ଡ’ ପ୍ରଦାନ କରାଯିବ। ସେହିପରି ନ୍ୟୁଜ୍‌ ୭ର ଉଦ୍‌ଘୋଷିକା ଇତିଶ୍ରୀ ନାୟକଙ୍କୁ ‘ପ୍ରତିଭା ପଟ୍ଟନାୟକ ଉତ୍କର୍ଷ ସାମ୍ବାଦିକତା ପୁରସ୍କାର’ ପ୍ରଦାନ କରାଯିବ।

Leave a Reply

Your email address will not be published. Required fields are marked *