September 8, 2024

ପୁଣି ଥରେ ଶପଥ ପାଠ କଲେ ନରେନ୍ଦ୍ର ମୋଦି, ଭିଆଇପି ଙ୍କର ଭିଡ

1 min read

ନୂଆଦିଲ୍ଲୀ: ଆଉ କିଛି ସମୟ ପରେ ମୋଦିଙ୍କ ତୃତୀୟ ଇନିଂସ ଆରମ୍ଭ ହେବାକୁ ଯାଉଛି | ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ତୃତୀୟ ଥର ଲାଗି ଦେଶର ପ୍ରଧାନମନ୍ତ୍ରୀ ଭାବେ ଶପଥ ଗ୍ରହଣ କରିଛନ୍ତି। ରବିବାର ସନ୍ଧ୍ୟାରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ତାଙ୍କୁ ପଦ ଓ ଗୋପନୀୟତାର ଶପଥ ପାଠ କରାଇଛନ୍ତି। ଏହି ଶପଥ ପାଠ ସମାରୋହରେ ଦେଶ ତଥା ବିଦେଶରୁ ବହୁ ଅତିଥି ଯୋଗ ଦେଇଛନ୍ତି। ଏଥିପାଇଁ ରାଷ୍ଟ୍ରପତି ଭବନରେ ହୋଇଛି ଭବ୍ୟ ଆୟୋଜନ ହୋଇଛି। ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ସନ୍ଧ୍ୟା ୭ଟା ୧୫ରେ ତାଙ୍କୁ ପ୍ରଧାନମନ୍ତ୍ରୀ ଭାବେ ପଦ ଓ ଗୋପନୀୟତାର ଶପଥ ପାଠ କରାଇଛନ୍ତି| ମୋଦିଙ୍କ ଶପଥ ଗ୍ରହଣ ଉତ୍ସବରେ ଯୋଗଦେବାକୁ ପାଇଁ ଭିଭିଆଇପିଙ୍କ ଭିଡ ଜମିଛି। ଭାରତର ପ୍ରଖ୍ୟାତ ବ୍ୟବସାୟୀ ମୁକେଶ ଅମ୍ବାନୀ, ଫିଲ୍ମଷ୍ଟାର ଶାହରୁଖ ଖାନ ପହଞ୍ଚିଛନ୍ତି। ଏହାସହ ଶପଥ ଗ୍ରହଣ ସମାରୋହରେ ଯୋଗଦେବା ପାଇଁ ବହୁ ପଡୋଶୀ ଦେଶରୁ ଦେଶର ନେତା ରାଷ୍ଟ୍ରପତି ଭବନରେ ପହଞ୍ଚିଛନ୍ତି। ସେଥିମଧ୍ୟରୁ ବାଂଲାଦେଶ ପ୍ରଧାନମନ୍ତ୍ରୀ ଶେଖ ହସିନା ଏବଂ ନେପାଳ ପ୍ରଧାନମନ୍ତ୍ରୀ ପୁଷ୍ପ କମଲ ଦହଲ ମଧ୍ୟ ରାଷ୍ଟ୍ରପତି ଭବନରେ ପହଞ୍ଚିଛନ୍ତି।

Leave a Reply

Your email address will not be published. Required fields are marked *