September 19, 2024

ଭଙ୍ଗାହେବ ଦିଲ୍ଲୀ ସ୍ଥିତ ଓଡ଼ିଶା ଭବନ

1 min read

ଭୁବନେଶ୍ୱର:ଦିଲ୍ଲୀ ସ୍ଥିତ ଓଡ଼ିଶା ଭବନ ଭଙ୍ଗାହେବ । ଏହାକୁ ରାଜ୍ୟ ସରକାର ବିପଦପୂର୍ଣ୍ଣ ଘୋଷଣା କରିଛନ୍ତି । ଓଡ଼ିଶା ଭବନରେ ରହିବା ଅସୁରକ୍ଷିତ ଯୋଗୁ ଭାଙ୍ଗିବାକୁ ନିର୍ଦ୍ଦେଶ ଦିଆଯାଇଛି । ଦିଲ୍ଲୀଗସ୍ତ ବେଳେ ବହୁ ବିଶିଷ୍ଟ ବ୍ୟକ୍ତିଙ୍କ ସୁଲଭ ମୂଲ୍ୟର ରହଣି ପାଇଁ ତିଆରି ହୋଇଥିବା ଓଡିଶା ଭବନ ଅସୁରକ୍ଷିତ ଥିବାଦୃଷ୍ଟିରୁ ଏହି ଭବନକୁ ଭାଙ୍ଗିବା ପାଇଁ ନିର୍ଦେଶ ଦେଇଛନ୍ତି ରାଜ୍ୟ ସରକାର ।

୧୯୮୦ ମସିହାରେ ନିର୍ମିତ ହୋଇଥିବା ଦିଲ୍ଲୀ ସ୍ଥିତ ଓଡ଼ିଶାର ୩ଟି ଭବନ ଓଡ଼ିଶା ନିବାସ, ଓଡ଼ିଶା ସଦନ ଏବଂ ଓ ଭବନର ସୁରକ୍ଷା ଅଡିଟ-୨୦୨୨ ଦିଲ୍ଲୀ ମହାନଗର ନିଗମ ପକ୍ଷରୁ କରିବାକୁ ପ୍ରସ୍ତାବ ମିଳିଥିଲା । ରାଜ୍ୟ ସରକାରଙ୍କ ପୂର୍ତ୍ତ ବିଭାଗ ପକ୍ଷରୁ ଏହାର ଭିତ୍ତିଭୂମି ଯାଞ୍ଚ କରାଯାଇଥିଲା । ଯାଞ୍ଚ ପରେ ଓଡ଼ିଶା ଭବନ ଦୀର୍ଘ ସମୟ ବ୍ୟବହାର ପାଇଁ ଅସୁରକ୍ଷିତ ବୋଲି ସ୍ପଷ୍ଟ ହୋଇଥିଲା । ଏହାକୁ ୨ରୁ ୩ ବର୍ଷ ମଧ୍ୟରେ ଭାଙ୍ଗିବାକୁ ୨୦୨୨ ଏପ୍ରିଲ ୧୯ ତାରିଖରେ ରିପୋର୍ଟ ଦିଆଯାଇଥିଲା । ପରେ ପୁଣି ୨୦୨୪ ଅଗଷ୍ଟ ୨୮ ତାରିଖରେ ଆଉ ଏକ ଚିଠି କରାଯାଇଥିଲା । ଯେଉଁଥିରେ ଦର୍ଶାଯାଇଥିଲା କି, ମରାମତି ପରେ ମଧ୍ୟ ଓଡ଼ିଶା ଭବନ ବ୍ୟବହାର ଉପଯୋଗୀ ନୁହେଁ । ଏନେଇ ପୂର୍ତ୍ତ ବିଭାଗର ମୁଖ୍ୟଯନ୍ତ୍ରୀ ତଥା ଅତିରିକ୍ତ ସଚିବ ଚିଠି କରିଥିଲେ । ଏହା ରିପୋର୍ଟକୁ ବିଚାର କରିବା ପରେ ଓଡ଼ିଶା ଭବନକୁ ଭାଙ୍ଗିବାକୁ ନିର୍ଦ୍ଦେଶ ଦେଇଛନ୍ତି ।

Leave a Reply

Your email address will not be published. Required fields are marked *