October 18, 2024

ସ୍କୁଲ ବସ ଗୁଡିକରେ ଯାଞ୍ଚ ହେବ ଅଗ୍ନି ନିରାପତ୍ତା ନିୟମ

1 min read

CREATOR: gd-jpeg v1.0 (using IJG JPEG v80), quality = 60

ଭୁବନେଶ୍ୱର : ସ୍କୁଲ ବସ ଗୁଡିକରେ ଯାଞ୍ଚ ହେବ ଅଗ୍ନି ନିରାପତ୍ତା ନିୟମ | ରାଜ୍ୟର ସମସ୍ତ ସ୍କୁଲ ବସ ଗୁଡିକରେ ଅଗ୍ନି ନିରାପତ୍ତା ନିୟମକୁ ସଠିକ ଅନୁପାଳନ ପାଇଁ ରାଜ୍ୟ ପରିବହନ ପ୍ରାଧିକରଣ ପକ୍ଷରୁ ନିର୍ଦ୍ଦେଶନାମା ଜାରି ହୋଇଛି । ସ୍କୁଲ ବସ ଗୁଡିକରେ ନିୟମିତ ଅଗ୍ନି ନିରାପତ୍ତା ନିୟମ ଯାଞ୍ଚ ହେବ | ଏଥିରୁ ଖିଲାପ କଲେ ଖିଲାପକାରୀଙ୍କ ବିରୋଧରେ ଦୃଢ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବା ସହିତ ୫ ହଜାର ଟଙ୍କା ଲେଖାଏଁ ଜୋରିମାନା ଲଗାଯିବାକୁ ପରିବହନ କମିସନର୍‌ ସମସ୍ତ ଆର୍‌ଟିଓଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। କେନ୍ଦ୍ରୀୟ ମୋଟର ଯାନ ନିୟମ (ସିଏମ୍‌ଭିଆର‌) ୧୯୮୯ର ଧାରା ୧୨୫ସି ଅନୁଯାୟୀ ସମସ୍ତ ସ୍କୁଲ ବସରେ ଅଗ୍ନି ନିରାପତ୍ତା ବ୍ୟବସ୍ଥାର ସଠିକ୍ ଅନୁପାଳନ ହେବା ଅନିବାର୍ଯ୍ୟ । ସ୍କୁଲ ବସରେ ଯାତ୍ରା କରୁଥିବା ଛାତ୍ରଛାତ୍ରୀଙ୍କ ସୁରକ୍ଷା ପାଇଁ ଏହି ନିୟମ ଜାରି କରାଯାଇଛି

ଅଗ୍ନି ନିରାପତ୍ତା ନିୟମ ଠିକ୍ ଭାବରେ ପାଳନ ହେଉଛି କି ନାହିଁ ସେ ସଂପର୍କରେ ବିଭିନ୍ନ ସମୟରେ ରାଜ୍ୟ ପରିବହନ ପ୍ରାଧୂକରଣ ପଦକ୍ଷେପ ଗ୍ରହଣ କରି ଆସିଥିବାବେଳେ ଆଗକୁ ଏହାକୁ ଅଧିକ ବ୍ୟାପକ କରିବାକୁ ନିଷ୍ପରି ହୋଇଛି । ସ୍କୁଲ ବସ୍‌ଗୁଡ଼ିକର ଅଗ୍ନି ନିରାପତ୍ତା ବ୍ୟବସ୍ଥା ଉପରେ ତୀକ୍ଷ୍ଣ ନଜର ରଖାଯିବ । କୌଣସି ସ୍କୁଲ ବସ୍ ଏହାର ଉଲ୍ଲଙ୍ଘନ କଲେ ଆଇନ ଅନୁଯାୟୀ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ପରିବହନ କମିସନର କମିସନର ନିର୍ଦ୍ଦେଶ ଦେଇଛନ୍ତି ।

Leave a Reply

Your email address will not be published. Required fields are marked *