September 8, 2024

ସବୁ ଜିଲାପାଳଙ୍କୁ ରାଜ୍ୟ ସାସ୍ଥ୍ୟ ସଚିବଙ୍କ ଚିଠି

1 min read

ଭୁବନେଶ୍ୱର: ରାଜ୍ୟରେ ଡେଙ୍ଗୁ ସଂକ୍ରମଣ ନେଇ ରାଜ୍ୟ ସ୍ବାସ୍ଥ୍ୟ ବିଭାଗ ତତ୍ପର ହୋଇଉଠିଛି। ଗତ ୫ବର୍ଷ ଭିତରେ ଯେଉଁ ଯେଉଁ ଅଞ୍ଚଳ ଡେଙ୍ଗୁ ହଟସ୍ପଟ ରହିଥିଲା ତାହାକୁ ଚିହ୍ନଟ କରି ମ୍ୟାପିଂ ଓ ସର୍ବେକ୍ଷଣ କରିବା ଲାଗି ନିର୍ଦ୍ଦେଶ ଦିଆଯାଇଛି। ଏ ନେଇ ରାଜ୍ୟ ସାସ୍ଥ୍ୟ ସଚିବ ଶାଳିନୀ ପଣ୍ଡିତ ସବୁ ଜଲିାପାଳ ଓ ମ୍ୟୁନିସିପାଲ କମିଶନରଙ୍କୁ ଚିଠି ଲେଖିଛନ୍ତି। ଲୋକମାନେ ନିଜେ ସଚେତନ ହେବା ସହ ସତର୍କ ରହିବା ପାଇଁ ପରାମର୍ଶ ସେ ଦେଇଛନ୍ତି।
ଡେଙ୍ଗୁ ନିୟନ୍ତ୍ରଣକୁ ନେଇ ଭୁବନେଶ୍ୱର ମହାନଗର ନିଗମ ପକ୍ଷରୁ ବିଭିନ୍ନ ପଦକ୍ଷେପ ନିଆଯାଉଛି । ଭୁବନେଶ୍ୱରରେ ଡେଙ୍ଗୁ ନିୟନ୍ତ୍ରଣରେ ଅଛି। ମଶା ଅଣ୍ଡା ସ୍ଥାନରେ ମଶା ତେଲ ପକାଯାଉଛି। ବର୍ଷା ପାଇଁ ଫଗିଂ ବନ୍ଦ ଥିଲା ଏବେ ପୁଣି କରାଯିବ ବୋଲି କହିଛନ୍ତି ଭବନେଶ୍ୱର ମେୟର ସୁଲୋଚନା ଦାସ । ଲୋକଙ୍କୁ ମଧ୍ୟ ସଚେତନ କରାଯାଉଛି।
ତତ୍ପର ସ୍ବାସ୍ଥ୍ୟ ବିଭାଗ

Leave a Reply

Your email address will not be published. Required fields are marked *