September 7, 2024

ଆଜିଠାରୁ ୪ ଦିନିଆ ଦିଲ୍ଲୀ ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ

1 min read

ଭୁବନେଶ୍ୱର : ଆଜିଠାରୁ ୪ ଦିନିଆ ଦିଲ୍ଲୀ ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଆସନ୍ତା କାଲି ନୀତି ଆୟୋଗ ବୈଠକ ଥିବାରୁ ଏଥିରେ ଯୋଗ ଦେବାପାଇଁ ଶୁକ୍ରବାର ସନ୍ଧ୍ୟା ୮ ଟାରେ ମୁଖ୍ୟମନ୍ତ୍ରୀ ଦିଲ୍ଲୀ ଗସ୍ତ କରିବାର କାର୍ଯ୍ୟକ୍ରମ ରହିଛି ।

ମୁଖ୍ୟମନ୍ତ୍ରୀଙ୍କ ସହ ମୁଖ୍ୟ ଶାସନ ସଚିବ ମଧ୍ୟ ନୀତି ଆୟୋଗ ବୈଠକରେ ଯୋଗ ଦେବେ। ପରବର୍ତ୍ତୀ ସମୟରେ ବିଜେପିର ସମସ୍ତ ରାଜ୍ୟର ମୁଖ୍ୟମନ୍ତ୍ରୀଙ୍କ ବୈଠକ ରହିଛି। ଏହାସହ ରାଜ୍ୟର ବିଭିନ୍ନ ପ୍ରସଙ୍ଗକୁ ନେଇ ମଧ୍ୟ କେନ୍ଦ୍ରମନ୍ତ୍ରୀ ମାନଙ୍କୁ ଭେଟିବେ ସିଏମ୍ ।

ଅନ୍ୟପଟେ ଗତ ୨୩ ତାରିଖରେ ଆସିଥିବା ସାଧାରଣ ବଜେଟ୍‌କୁ ନେଇ ଅଣ ବିଜେପି ଶାସିତ ରାଜ୍ୟଗୁଡ଼ିକ ଅସନ୍ତୋଷ ପ୍ରକାଶ କରିଛନ୍ତି । ତେଣୁ ଇଣ୍ଡିଆ ମିଳିତ ମଞ୍ଚର ୪ ଟି ରାଜ୍ୟର ମୁଖ୍ୟମନ୍ତ୍ରୀ ଏହି ବୈଠକକୁ ବହିଷ୍କାର କରିଛନ୍ତି । ସେଥିମଧ୍ୟରୁ କଂଗ୍ରେସ ଶାସିତ ରାଜ୍ୟର ତିନିଜଣ ମୁଖ୍ୟମନ୍ତ୍ରୀ ଥିବା ବୋଲି ଜଣାଯାଇଛି।

Leave a Reply

Your email address will not be published. Required fields are marked *