September 19, 2024

ଜୁଲାଇ ୨୨ରେ ବନ୍ଦ ରହିବ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ଶୁଣାଣି

1 min read

ଭୁବନେଶ୍ୱର: ଆସନ୍ତାକାଲି ଅର୍ଥାତ ଜୁଲାଇ ୨୨ରେ ବନ୍ଦ ରହିବ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ଶୁଣାଣି । ଏନେଇ ରାଜ୍ୟ ସରକାରଙ୍କ ସାଧାରଣ ପ୍ରଶାସନ ଓ ଜନ ଅଭିଯୋଗ (ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି । ସାଧାରଣ ଭାବେ ପ୍ରତି ସୋମବାର ଦିନ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ରାଜଧୀ ଭୁବନେଶ୍ୱର ସ୍ଥିତ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠରେ ଜନତାଙ୍କ ଅଭିଯୋଗ ଶୁଣାଣି କରିଥାନ୍ତି । ମାତ୍ର ଆସନ୍ତାକାଲିଠାରୁ ସପ୍ତଦଶ ବିଧାନସଭାର ପ୍ରଥମ ଅଧିବେଶନ ଆରମ୍ଭ ହେଉଥିବାରୁ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ଶୁଣାଣିକୁ ବନ୍ଦ ରଖାଇଥିବା କୁହାଯାଇଛି ।

ସୂଚନାଯୋଗ୍ୟ ଯେ, ଏହା ପୂର୍ବରୁ ଗତ ୮ ତାରିଖରେ ମଧ୍ୟ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ଶୁଣାଣି ବନ୍ଦ ହୋଇଥିଲା । ଚଳିତ ବର୍ଷ ରଥଯାତ୍ରା ଦୁଇଦିନ ଧରି ଚାଲିଥିବାରୁ ସେଥିପାଇଁ ଜୁଲାଇ ୭ ଓ ୮ ତାରିଖକୁ ମୁଖ୍ୟମନ୍ତ୍ରୀ ଛୁଟି ଘୋଷଣା କରିଥିଲେ । ମହାପ୍ରଭୁଙ୍କ ବିଶ୍ୱପ୍ରସିଦ୍ଧ ରଥଯାତ୍ରା ପାଇଁ ଜୁଲାଇ ୮କୁ ସରକାରୀ ଛୁଟି ଭାବେ ଘୋଷଣା କରାଯାଇଥିବାରୁ ସେହି ଦିନ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ଶୁଣାଣି ବନ୍ଦ ନେଇ ନିଷ୍ପତ୍ତି ନିଆଯାଇଥିଲା । ସେ ବାବଦରେ ସାଧାରଣ ପ୍ରଶାସନ ଓ ଜନ ଅଭିଯୋଗ ବିଭାଗ ପକ୍ଷରୁ ସୂଚନା ଜାରି କରାଯାଇଥିଲା ।

Leave a Reply

Your email address will not be published. Required fields are marked *